ବିଶ୍ଵ  କପ୍  ଜିତିଲେ  ପ୍ରତି  ଭାରତୀୟ  ଖେଳାଳିଙ୍କୁ ମିଳିବ ଏକ  କୋଟି  ଟଙ୍କା

ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।ବିଶ୍ଵ  କପ୍  ଜିତିଲେ  ପ୍ରତି  ଭାରତୀୟ  ଖେଳାଳିଙ୍କୁ  ଏକ  କୋଟି  ଟଙ୍କା  ଦିଆଯିବ  ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଘୋଷଣା  କରିଥିଲେ ।

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର।

ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ।

ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

Post Views23 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!