ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ,୬ଜଣଙ୍କର ମୃତ୍ୟୁ

ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ | ଶୁକ୍ରବାର ରାତିରେ ଝାଡ଼ଖଣ୍ଡର ଧାନବାଦ ଅନ୍ତର୍ଗତ ପୁରୁଣା ବଜାରସ୍ଥିତ ‘ହଜ୍‌ରା କ୍ଲିନିକ’ରେ ଭୟାବହ ଅଗ୍ନିକାଣ୍ଡ ଘଟିବାରୁ ଶ୍ବାସରୁଦ୍ଧ ହୋଇ ଡାକ୍ତର ଦମ୍ପତିଙ୍କ ସମେତ ଅନ୍ୟୂନ ୬ଜଣଙ୍କର ମୃତ୍ୟୁ ଘଟିଛି ଘଟଣାସ୍ଥଳରୁ ୯ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି।

ମୃତ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି, ଡାକ୍ତର ବିକାଶ ହଜ୍‌ରା ଓ ତାଙ୍କ ପତ୍ନୀ ଡାକ୍ତର ପ୍ରେମା ହଜ୍‌ରା ଏବଂ ଡାକ୍ତରଖାନାର ଅନ୍ୟାନ୍ୟ କର୍ମଚାରୀ। ସୂଚନା ଅନସାରେ ରାତି ୧ଟାରେ ସର୍ଟ ସର୍କିଟ୍‌ ହୋଇ ହସ୍ପିଟାଲ୍‌ର ଦ୍ୱିତୀୟ ମହଲାରେ ନିଆଁ ଲାଗିଯାଇଥିଲା। କ୍ରମଶଃ ଏହା ପ୍ରଥମ ମହଲାକୁ ବ୍ୟାପିଥିଲା।

ଲୋକମାନେ ଶୋଇ ଥିବାରୁ ହଠାତ୍‌ ଅଗ୍ନିକାଣ୍ଡ ସମ୍ପର୍କରେ ଜାଣିପାରି ନଥିଲେ। ନିଆଁର ଭୟାବହତା ଏତେ ଅଧିକ ଥିଲା ଯେ କେହି କ୍ଲିନିକ୍ ବାହାରକୁ ଆସିପାରି ନଥିଲେ ।

ତେଣୁ, ପ୍ରଥମ ତାଲାରେ ଶୋଇଥିବା ଲୋକମାନଙ୍କର ଆଉ ରକ୍ଷା ପାଇବାର ଉପାୟ ନ ଥିଲା। ତେବେ ନିଆଁ ଆୟତ ହେଲେ ମଧ୍ୟ ବର୍ତମାନ ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରିରହିଛି |

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!