ଆସନ୍ତା ୧ ତାରିଖରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଆସନ୍ତା ୧ ତାରିଖରୁ ଆରମ୍ଭ ହେବ ସିଏଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା । ଚଳିତବର୍ଷ ୩ଥର ଫର୍ମ ପୂରଣ ପ୍ରକ୍ରିୟା ଶେଷ ହେବାପରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍ ମୋଟ ୩ଲକ୍ଷ ୫୮ହଜାର ୪୯୯ଜଣ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ।

ସେମାନଙ୍କ ମଧ୍ୟରେ ୩,୩୮,୭୪୭ଜଣ ରେଗୁଲାର ଏବଂ ୧୭,୭୦୨ଜଣ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ରେଗୁଲାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୨,୧୯,୧୧୦ ଜଣ ଥିବା ବେଳେ ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୧୧୦ଜଣ ଛାତ୍ରୀଛାତ୍ର ରହିଛନ୍ତି।

ରାଜ୍ୟର ସମସ୍ତ ହବ୍ ସେଣ୍ଟରକୁ ଉଭୟ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପଠାଯାଇଛି। ୧୦ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଶେଷ କରିବାକୁ କୁହାଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସୁବିଧା ଅନୁସାରେ ପରୀକ୍ଷା କରିବେ। ପ୍ରାକ୍ଟିକାଲ ପରୀକ୍ଷା ପରେ ୧୭ ତାରିଖ ସୁଦ୍ଧା ପ୍ରାକ୍ଟିକାଲ ଉତ୍ତର ଖାତା ଏବଂ ମାର୍କ ସିଏଚ୍ଏସ୍ଇରେ କଲେଜ କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ସଂସ୍କୃତ କଲେଜକୁ ବାଦ୍ ଦେଲେ ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଂଖ୍ୟା ୧,୫୯୦ ରହିଛି। ସେଥିରୁ ଏଥର ୧,୧୪୪ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯାଇଛି।

ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ମୋଟ ଉପରେ ୧,୧୪୪ଟି ପରୀକ୍ଷା କେନ୍ଦ୍ରରେ ଥିଓରୀ ଏବଂ ୧,୫୯୦ କଲେଜରେ ପ୍ରାକ୍ଟିକାଲ ପରୀକ୍ଷା କରାଯିବ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!