ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ

ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ ଘୋଷଣା କଲେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ ଦଣ୍ଡ ଘୋଷଣା କଲେ କୋର୍ଟ ।

ଗତକାଲି ଏହି ମାମଲାରେ ଦୌରାଜଜ ଡି.କେ. ସୋନି ୬ ଅଭିଯୁକ୍ତଙ୍କୁ ଖଲାସ କରିଥିବାବେଳେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଖଲାସ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଆଶାରାମ ବାପୁଙ୍କ ସ୍ତ୍ରୀ ଲକ୍ଷ୍ମୀବେନ, କନ୍ୟା ଓ ଅନ୍ୟ ୪ ଶିଷ୍ୟ । ୨୦୧୩ରେ ରାଜସ୍ଥାନରେ ଥିବା ଆଶ୍ରମରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗ କ୍ରମେ ବର୍ତ୍ତମାନ ୮୧ ବର୍ଷ ବୟସ୍କ ଆଶାରାମ ଯୋଧପୁର ଜେଲରେ ରହିଛନ୍ତି । ୨୦୧୪ ଜୁଲାଇରେ ମାମଲାର ଚାର୍ଜସିଟ ଦାୟର ହୋଇଥିଲା ।

ତାଙ୍କ ବିରୋଧରେ ଧାରା ୩୭୬, ୩୭୭, ୩୪୨, ୩୫୪, ୩୫୭, ୫୦୬ ରୁଜୁ ହୋଇଥିଲା । ରାଜସ୍ଥାନରେ ତାଙ୍କ ଆଶ୍ରମରେ ସେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି । ଏହି ମାମଲାରେ ୨୦୧୮ ଏପ୍ରିଲ ୨୫ରେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ଯୋଧପୁର କୋର୍ଟ ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!