ଓଡିଶାରେ ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରର ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ ।ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ସେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ ।ସେହିପରି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୬ ରାଜ୍ୟର ଶିକ୍ଷା ସଚିବଙ୍କ ସହ ବୈଠକ କରିବେ ।

ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜଗତସିଂହପୁର ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ରେଳ, ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶା ଆସିଛନ୍ତି ।

ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଛନ୍ତି ପଞ୍ଚାୟତିରାଜ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ କେ.ଏମ ପାଟିଲ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!