ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ

ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ । ୬୭ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି । ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ ।

ବଲିଉଡ଼ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମଲକ୍ଷ୍ମଣ, ସାଜନ ଚଲେ ଶଶୁରାଲ ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ । ସେ ୨ଥର ଶ୍ରେଷ୍ଠ ଅଭିନେତା ଭାବେ ଫିଲ୍ମ ଫେୟାର ପୁରସ୍କାର ଲାଭ କରିଥିଲେ ।

ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ ।ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଛାତ୍ର ଜୀବନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା । କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ଓ ପୁନେର ଏଫଟିଆଇଆଇରେ ଅଧ୍ୟନ କରିଥିଲେ ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!