ଓଡ଼ିଶାକୁ ସୁଭାଷ ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ଓଡିଶାକୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି।

ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ତୃତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମାନ ପ୍ରଦାନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରଧାନମନ୍ତ୍ରୀଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ପୁରସ୍କାର ବାବଦରେ ୫୧ ଲକ୍ଷ ଟଙ୍କାର ଅର୍ଥ ରାଶି ସହିତ ପ୍ରମାଣ ପତ୍ର ପ୍ରଦାନ ପ୍ରଦାନ କରାଯାଇଛି। ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି।

Post Views22 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!