ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ୩ ଛାତ୍ର ମୃତ

ଭଦ୍ରକରେ ନାଳିଆ ନଦୀରେ ବୁଡ଼ିଯାଇ ୪ଜଣ ଛାତ୍ର ଗୁରୁତର ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୩ଜଣଙ୍କ ମୃତ୍ୟୁ ହୋଇଛି । ୪ଜଣ ଛାତ୍ର ସାଙ୍ଗହୋଇ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ବିଧିର ବିଧାନ ଥିଲା ଅଲଗା ।

ଗାଧୋଇବା ବେଳେ ସମସ୍ତ ୪ ଜଣ ଛାତ୍ର କୌଣସି କାରଣରୁ ବୁଡ଼ିଯାଇଥିଲେ । ଏନେଇ ଜଣାପଡ଼ିବା ପରେ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବିଭାଗ ।

ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା । ପରେ ସେଠାରୁ ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରାଥମିକ ଚିକିତ୍ସା କରାଯିବା ପରେ ସଙ୍କଟାପନ୍ନ ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଛନ୍ତି । ଜଣେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି ।

Post Views72 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!