ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ନିର୍ଦ୍ଦେଶନାମା ଜାରି

ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ଜିଲ୍ଲା ଓ ବ୍ଲକସ୍ତରରେ ତଥା ଶିକ୍ଷକ,ଶିକ୍ଷୟିତ୍ରୀମାନଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଉପୁଜିଥିଲା ।

ଯାହାଫଳରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ଅଭିଭାବକମାନେ ବି ଦ୍ୱନ୍ଦ୍ୱରେ ପଡ଼ିଥିଲେ । ଏହି ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି ହୋଇଛି ।

ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ବୟସସୀମା ସର୍ବନିମ୍ନ ୫ବର୍ଷ ଓ ସର୍ବାଧିକ ୭ବର୍ଷ ଧାର୍ଯ୍ୟ ହୋଇଛି । ତେବେ ଦିବ୍ୟାଙ୍ଗ ପିଲାଙ୍କ କ୍ଷେତ୍ରରେ ଏହି ବୟସସୀମା ସର୍ବାଧିକ ୯ବର୍ଷ ରହିଛି

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!