ରାଜ୍ୟରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛି ଜନସ୍ୱାସ୍ଥ୍ୟ ବିଭାଗ ।ଏଥିସହ ଆଗାମୀ ୪ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ଆକଳନ କରିଥିବାରୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
ଏହି ସମୟରେ ପ୍ରଚୁର ପାଣି ପିଇବା ସହ ଖରା ସମୟରେ ବାହାରକୁ ନ ବାହାରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।
ଅତ୍ୟାବଶ୍ୟକ ସ୍ଥଳରେ ଘରୁ ବାହାରକୁ ଗଲେ ଛତା ଧରି ଯିବାକୁ କହିଛନ୍ତି।ଏନେଇ ସୂଚନା ଦେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ‘ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ଅସୁସ୍ଥତା ଅନୁଭବ କରି ରୋଗୀ ହସ୍ପିଟାଲରେ ପହଞ୍ଚିଲେ ସେମାନଙ୍କ ପାଇଁ ଏସି ରୁମ୍ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ଔଷଧ ସହ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ଗ୍ରୀଷ୍ମ ପ୍ରବାହ ସଂକ୍ରାନ୍ତରେ ପ୍ରତି ଜିଲ୍ଲାରେ କଲ୍ ସେଣ୍ଟରରୁ ତଥ୍ୟ ସଂଗ୍ରହ କରାଯାଉଛି । ଜିଲ୍ଲାପାଳମାନଙ୍କ ସହାୟତାରେ ଲୋକଙ୍କୁ ସଚେତନ କରାଯାଉଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

