ସମ୍ବଲପୁରରେ ୧୪୪ ଧାରା: ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁରରେ ସାମ୍ପ୍ରଦାୟକ ହିଂସା ସ୍ଥିତି ସଂଘାତିକ ହେବା ପୂର୍ବରୁ ସରକାରଙ୍କ ବଡ ପଦକ୍ଷେପ ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ବୁଧବାର ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଗତକାଲି ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ପଥର ମାଡ଼ ହୋଇଥିଲା। ସନ୍ଧ୍ୟା ସମୟରେ ରାଲିରେ ଥିବା ଲୋକ ଓ ପୁଲିସ ଉପରକୁ ପଥର ମାଡ଼ ହୋଇଥିଲା। ରାଲି ପାଇଁ ମୁତୟନ ଥିବା ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!