ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ

ଏପ୍ରିଲ୍ ୩ ତାରିଖଠାରୁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ରାଜ୍ୟରେ ମୋଟ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ସବୁ କେନ୍ଦ୍ରରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଥିଲା। ସୂଚନାଯୋଗ୍ୟ ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ,। ଏନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।

ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି। ଆଜି ମାଟ୍ରିକ ଖାତା ଦେଖା ସରିଛି। ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି।

କେବେ ପରୀକ୍ଷାଫଳ ବାହାରିବ କହି ହେବନି, ତଥାପି ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି। ସୋସିଆଲ ସାଇନ୍ସ ପ୍ରଶ୍ନପତ୍ର ତ୍ରୁଟି ପାଇଁ ପରୀକ୍ଷାର୍ଥୀଙ୍କ ମୂଲ୍ୟାୟନରେ ସମସ୍ୟା ହେବ ନାହିଁ ।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!