ଜାଣନ୍ତୁ ପବିତ୍ର ଅକ୍ଷୟ ତୃତୀୟା ପର୍ବ ବିଷୟରେ କିଛି ବିଶେଷ କଥା

ବୈଶାଖ ଶୁକ୍ଳ ତୃତୀୟ, ଏହିଦିନ ପାଳିତ ହୁଏ ଅକ୍ଷୟ ତୃତୀୟା । ଏହି ଦିନକୁ କୃଷକ ଦିବସ ରୂପେ ପାଳନ କରାଯାଏ। କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରେ। ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ମଧ୍ୟ ହୁଏ।

 

ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ, ବିହନଭରା ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂଆ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀ ଙ୍କୁ ଭୋଗଦେଇ ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ। ଏହାକୁ ଅକ୍ଷିମୁଠି କୁହାଯାଏ। ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି । ଏହିଦିନଟି ଓଡିଶାର ସଂସ୍କୃତି ସହିତ ମଧ୍ୟ ଓତଃପ୍ରୋତ ଭାବେ ଜଡିତ। ଜଗନ୍ନାଥ ସଂସ୍କୃତିରେ ଏହାର ଅନେକ ଉଦାହରଣ ରହିଛି।ତେବେ ଏହା କିପରି ଜଗନ୍ନାଥ ସଂସ୍କୃତି ରେ ରହିଛି ଆସନ୍ତୁ ଜାଣିବା।

 

ରଥ କାଠ ଅନୁକୂଳ:- ଏହିତିଥିରେ ଶ୍ରୀଜୀଉ ମାନଙ୍କର ରଥନିର୍ମାଣ ପାଇଁ କାଠ ଅନୁକୂଳ କରାଯାଏ। ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗ ହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି। ତିନି ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଏ।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉ ଙ୍କ ଆଜ୍ଞାମାଳ ଚନ୍ଦନ ଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ।ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି।ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳା ରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା କରିବାର ବିଧି ରହିଛି ।

 

ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା:– ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏହା ସହିତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ବା ସ୍ନାନପୂର୍ଣ୍ଣିମାର ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇ ଥାଏ। ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!