ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ।
ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହୋଇଛି ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ପୋଲିସ ଷ୍ଟେସନ। ଏଥିସହ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି।
ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ। ଏଥିପାଇଁ ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି।କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି।

