ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଆଉ ଦୁଇ ଜିଲ୍ଲାପାଳ

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଆଉ ଦୁଇ ଜିଲ୍ଲାପାଳ । ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା ଥମିନଥିବାବେଳେ ଏବେ ଆଉ ଦୁଇ IAS ବାହା ହେବାକୁ ଯାଉଛନ୍ତି ।

ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ରାୟଗଡ଼ା ଜିଲ୍ଲାପାଳ ସ୍ୱଧାଦେବ ସିଂହ ଚଳିତ ମାସରେ ବାରଣାସୀରେ ବାହା ହେବେ । ଏହା ସମର୍ଥ ଓ ସ୍ୱଧାଙ୍କ ଦ୍ୱିତୀୟ ବିବାହ ହେବ ।

ସମର୍ଥ ପୂର୍ବରୁ ଭାରତୀୟ ରେଳବାଇ ଅଧିକାରୀ ସୂଚୀ ସିଂଙ୍କୁ ବିବାହ କରିଥିବାବେଳେ ସ୍ୱଧା ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ପ୍ରଥମ ସ୍ତ୍ରୀ ଥିଲେ । କିନ୍ତୁ ଉଭୟଙ୍କ ବିବାହ ବିଚ୍ଛେଦ ହୋଇଥିଲା । ବିଚ୍ଛେଦ ପରେ ସୂଚୀ ଝାଡ଼ଖଣ୍ଡର ଜଣେ ଆଇଏଏସ୍ ଅଫିସରଙ୍କୁ ବିବାହ କରିଥିଲେ । ସେହିପରି ଚଞ୍ଚଳ ରାଣା ନିକଟରେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କୁ ବିବାହ କରିଛନ୍ତି ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!