୫-ଟି ହେଉଛି ଟେକ୍ନୋଲୋଜି, ଟିମ୍ୱାର୍କ, ଟ୍ରାନସ୍ପରେନ୍ସି ବା ସ୍ୱଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍ସଫରମେସନ ବା ରୂପାନ୍ତର ଆସିଥାଏ। ଟେକ୍ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି।
ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ‘୫-ଟି’ ହାଇସ୍କୁଲ ରୂପାନ୍ତରିତ ହୋଇଛି। ସ୍କୁଲ ରୂପାନ୍ତରଣରେ ଖୁସି ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରଣରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଥିବା ଜିଲ୍ଲା ନିମନ୍ତେ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରିଛନ୍ତି।

ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜିଲ୍ଲାକୁ ପ୍ରଥମ ପୁରସ୍କାର ବାବଦରେ ୩ କୋଟି ଟଙ୍କା ପ୍ରଦାନ କରାଯିବ। ସେହିପରି ଦ୍ୱିତୀୟ ପୁରସ୍କାର ୨ କୋଟି ଟଙ୍କା ଓ ତୃତୀୟ ପୁରସ୍କାର ଭାବେ ୧ କୋଟି ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏହାସହ ଏହି କ୍ଷେତ୍ରରେ ଭଲ କାମ କରିଥିବା ବ୍ଲକ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକକୁ ପଚାଶ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଭାବରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ପୁଣି କହିଛନ୍ତି ଯେ ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି।

