ଆସିଲା ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ।
ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ଟଙ୍କଧର ତ୍ରିପାଠୀଙ୍କୁ ୪୮, ୬୧୯ ଖଣ୍ତ ଭୋଟରେ ପରାସ୍ତ କରିଛନ୍ତି।
ରାଉଣ୍ଡ ପରେ ରାଉଣ୍ଡ ଗଣତି ହେବା ସହିତ ପ୍ରତିଦ୍ୱନ୍ଦ୍ୱିଙ୍କ ଠାରୁ ଦୀପାଳିଙ୍କ ଭୋଟ ବ୍ୟବଧାନ ସଂଖ୍ୟା ବଢ଼ି ଚାଲିଥିଲା।
ଆଉ ଶେଷରେ ସେ ୪୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ।
ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି।
ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ମାତ୍ର ୪୪୭୩ଖଣ୍ଡ ଭୋଟ ମିଳିଛି।

