ବାହାନଗା ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ସରକାର । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଭିଡିଓ କନଫରେନ୍ସିଙ୍ଗରେ ଆଲୋଚନା କରି ସ୍ଥିତି ବାବଦରେ ତଥ୍ୟ ନେଇଥିଲେ ଏବଂ ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଥିଲେ ।ଏହାସହ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ ମଧ୍ୟ ରେଳ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ, ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।
Related Posts
ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା ନଲେଜ କର୍ପୋରେସନ୍ ଲିମିଟେଡ୍ (OKCL) ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା, ଡିଜିଟାଲ୍ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଐତିହାସିକ ବୁଝାମଣା ପତ୍ର (MoU) ବିନିମୟ
ସମ୍ବଲପୁର | ୩୦ ଜୁଲାଇ ୨୦୨୬ ଉଚ୍ଚଶିକ୍ଷା କ୍ଷେତ୍ରରେ ଡିଜିଟାଲ୍ ରୂପାନ୍ତରଣ, କୃତ୍ରିମ ବୁଦ୍ଧିମତ୍ତା (AI), ଦକ୍ଷତା ବିକାଶ ଏବଂ…
ମୋ କ୍ୟାରିୟର’ ୱେବ ସାଇଟ ଲୋକାର୍ପିତ
ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟରେ ଅପାର ସମ୍ଭାବନା ରହିଛି। ରାଜ୍ୟ ସରକାରଙ୍କ ଅନୁକୂଳ ଶିଳ୍ପ ନୀତି ଦେଶବିଦେଶର ନିବେଶକଙ୍କୁ…
ହେଲିକପ୍ଟର ବାବଦରେ ୪୦ କୋଟି ବ୍ୟୟ
ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଦୀର୍ଘ ଦିନରୁ ଲାଗି ରହିଥିବା ଏହି…

