ଡ୍ରାଇଭର ଓ କର୍ମଚାରୀଙ୍କର ମୃତ୍ୟୁ ହେଲେ ମିଳିବ ୪ଲକ୍ଷ

ମୋଟର ଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାଦ୍ବାରା ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀ ବ୍ୟାପକ ଭାବେ ଉପକୃତ ହେବେ। କାମ କରୁଥିବା ବେଳେ ଡ୍ରାଇଭର ଓ କର୍ମଚାରୀଙ୍କର ମୃତ୍ୟୁ ହେଲେ ମିଳିବ ୪ଲକ୍ଷ ଟଙ୍କା। ଅତିଗଭୀର ଆଘାତ କ୍ଷେତ୍ରରେ ୮୦ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ।

ସ୍ଥାୟୀ ଅକ୍ଷମତା ମାମଲାରେ ଦେଢ ଲକ୍ଷ ଟଙ୍କା ସହାୟତା ମିଳିବ ।
ସେହିପରି ସାଧାରଣ ମୃତ୍ୟୁ ମାମଲାରେ ୨ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ କରାଯିବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଡ୍ରାଇଭର ଓ କର୍ମଚାରୀଙ୍କୁ ମିଳିବ ସୁବିଧା । ଯୋଗ୍ୟତା ଅନୁସାରେ ମଧୁବାବୁ ପେନସନ୍ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ।

ଏହାଦ୍ବାରା ୫ ଲକ୍ଷରୁ ଅଧିକ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ । କଲ୍ୟାଣ ବୋର୍ଡରେ ସରକାରୀ ସଦସ୍ୟଙ୍କ ସହିତ ମୋଟର ପରିବହନ ଡ୍ରାଇଭର ରହିବେ । କର୍ମଚାରୀମାନଙ୍କର ପ୍ରତିନିଧି ମଧ୍ୟ ସଦସ୍ୟ ରହିବା ବ୍ୟବସ୍ଥା ରହିଛି । ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବୋର୍ଡକୁ ପ୍ରାରମ୍ଭିକ ଭାବେ ଅନୁଦାନ ପ୍ରଦାନ କରାଯିବ।

Post Views69 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!