କାଲି ବାହୁଡା ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ଆଜି ନବମୀ ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ । ନବମୀ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ । ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଥିବା ଭକ୍ତ ଅପରାହ୍ନ ୫ଟା ପରେ ବି ଦର୍ଶନର ସୁଯୋଗ ପାଇବେ । ଅପରାହ୍ନ 5ଟା ପରେ ବାହୁଡା ଯାତ୍ରା ପାଇଁ ସ୍ବତନ୍ତ୍ର ନୀତିକାନ୍ତି ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନବମୀ ସନ୍ଧ୍ୟା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ । ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଗମନାଗମନ ନେଇ ଯେଉଁଭଳି ବ୍ୟବସ୍ଥା ହୋଇଥିଲା ବାହୁଡା଼ ଯାତ୍ରାରେ ମଧ୍ଯ ସମାନ ବ୍ୟବସ୍ଥା କରାଯିବ ।
Related Posts
ସୁରେଶ ପନ୍ତ ହେଲେ ପିସିସିଏଫ୍
ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍ଏସ୍) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ…
ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା
ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଏ ନେଇ ଶ୍ରୀମନ୍ଦିର…
କର୍ଣ୍ଣାଟକ ନିର୍ବାଚନ ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ
ଚଳିତବର୍ଷ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ବିଜେପିର ନର୍ବାଚନୀ ପ୍ରଭାରୀ ଭାବେ ନିଯୁକ୍ତ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

