ପ୍ରଶାନ୍ତ ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଭିଜିଲାନ୍ସ

ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ରିମାଣ୍ଡରେ ନେଲା ଭିଜିଲାନ୍ସ। ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଲେ କୋର୍ଟ। ରିମାଣ୍ଡ ସମୟରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ସମ୍ପର୍କରେ ଅଧିକ ଖୋଳତାଡ଼ କରିବ ଭିଜିଲାନ୍ସ।

ପୂର୍ବରୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୁଳକ ଅବସର ଦିଆଯାଇଥିଲା। ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ ।

ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ତାଙ୍କଠାରୁ ଠାବ ହୋଇଛି।

Post Views39 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!