କାଲି ଲଞ୍ଚ ହେବ ଚନ୍ଦ୍ରୟାନ-୩ , ଆରମ୍ଭ ହେଲାଣି କାଉଣ୍ଟଡାଉନ

କାଲି ଲଞ୍ଚ ହେବ ଚନ୍ଦ୍ରୟାନ-୩ । ଆରମ୍ଭ ହେଲାଣି କାଉଣ୍ଡଡାଉନ । କାଲି ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ । ଚନ୍ଦ୍ରର ଅପହଞ୍ଚ ଅଞ୍ଚଳରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି ।ଏଥରକ ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ଫୋକସ କରାଯାଇଥିବାବେଳେ ଏ ନେଇ ପୂର୍ବାପେକ୍ଷା ଅଧିକ ଇନ୍ଧନ, ବିଫଳ ନହେବା ପାଇଁ ଅଧିକ ପଦକ୍ଷେପ ଏବଂ ଏକ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରାଯାଇଛି । ଲଞ୍ଚର ମାସକ ପରେ ଚନ୍ଦ୍ରୟାନ-୩ ତାର କକ୍ଷ ପଥରେ ଅବସ୍ଥାପିତ ହେବ । ତେବେ ଲ୍ୟାଣ୍ଡର ବିକ୍ରମ, ରୋଭର ପ୍ରଜ୍ଞାନ ଅଗଷ୍ଟ ୨୩ରେ ଚନ୍ଦ୍ରରେ ଚନ୍ଦ୍ରୟାନ-୩କୁ ଲ୍ୟାଣ୍ଡ କରିବେ ବୋଲି ଅନୁମାନ କରାଯାଉଛି । ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ଇତିମଧ୍ୟରେ ରିହର୍ସାଲ ଶେଷ ହୋଇଛି ।

Post Views44 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!