୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ ।
ଏହି ବୋନସ୍ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ । ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ ।

