ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି । ପ୍ରଥମେ ଦେବୀ କଟକଚଣ୍ଡୀଙ୍କ ଦର୍ଶନ କରିବା ପରେ ଶୈଳବାଳା ମହାବିଦ୍ୟାଳୟ ପରିସରରେ ଥିବା ମଧୁ ସଂଗ୍ରହାଳୟ ପରିଦର୍ଶନ କରିବେ ।
ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ବୁଲିବାକୁ ଯିବେ । ଏହାପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର 75 ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ଯୋଗ ଦେବେ
୨୭ ତାରିଖରେ ଭୁବନେଶ୍ବର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।
ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିଶନରେଟ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ବ୍ଲୁ ବୁକ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରିଛି କମିଶନରେଟ ପୋଲିସ । ଏଥି ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।
ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ଯାପନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ କଟକ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ଦିନ ତମାମ କଟକରେ ରହି ରାଷ୍ଟ୍ରପତି ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ ।

