ଜହ୍ନ ଆଉ କେତେ ବାଟ…

ମୁନ୍‌ ମିଶନରେ ଆଜି ଗୁରୁତ୍ୱପୂର୍ଣ୍ଣ ଦିନ । ଆହୁରି ନିକଟତର ହେବ ଚନ୍ଦ୍ରଯାନ । ଆଜି ଚନ୍ଦ୍ର କକ୍ଷପଥରେ ପହଞ୍ଚିବ ଚନ୍ଦ୍ରଯାନ-୩ । ବର୍ତ୍ତମାନ ସୁଦ୍ଧା ଚନ୍ଦ୍ରଯାନ ଦୁଇ ତୃତୀୟାଂଶ ଦୂର ଅତିକ୍ରମ କରିସାରିଲାଣି । ଗତ ଜୁଲାଇ ୧୪ ତାରିଖରେ ଚନ୍ଦ୍ରଯାନ ଉତକ୍ଷେପଣ କରାଯାଇଥିବାବେଳେ ୨୨ତମ ଦିନରେ ଚନ୍ଦ୍ରଯାନ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବ । ଆଜି ସନ୍ଧ୍ୟା ୭ଟାରେ ଲୁନାର ଅରବିଟ ଇଞ୍ଜେକସନ ବା ଏଲଓଆଇ ସଂଗଠିତ ହେବ ଏବଂ ଚନ୍ଦ୍ରର ଅତି ନିକଟତର ପଏଣ୍ଟରେ ଏହା ଘଟିବ ବୋଲି କହିଛି ଇସ୍ରୋ । ଇସ୍ରୋ ପକ୍ଷରୁ କୁହାଯାଇଛି- ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ସାଧାରଣ ରହିଛି ଏବଂ ଆସନ୍ତା ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ ସଫ୍ଟଲ୍ୟାଣ୍ଡିଂ କରିବା ଆଶା ରହିଛି । ଆସନ୍ତା ୧୭ଦିନ ଚନ୍ଦ୍ରୟାନ ପାଇଁ ସବୁଠୁ ଗୁରୁତ୍ବପୂର୍ଣ୍ଣ ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!