ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟବିଚାରପତି

ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ଶପଥ ପାଠ କରାଇଛନ୍ତି। ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଅଛନ୍ତି । ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ ଅନୁସାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି। ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପୂର୍ବରୁ ପ୍ରକାଶ ପାଇଛି। ୨୦୨୨ ଜୁନ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି। ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ।

ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରା ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ।

୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ । ଏହାପରେ ୨୦୨୨ ଜୁନ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଅଛନ୍ତି । ସୋମବାର ଦିନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ଅବସର ନେଇଥିବା ବେଳେ ଆଜି ଜଷ୍ଟିସ ଶୁଭାଶିଷ ତାଳପତ୍ର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!