ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଆଜି ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ହାଇକୋର୍ଟ ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି।
ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମ ଗ୍ରହଣ କରିଥିଲେ।

୨୦୨୨ ଜୁନ୍ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!