କଥା ନୁହେଁ କଠିନ ପରିଶ୍ରମରେ ବିଶ୍ବାସ କରୁଥିବା ନବୀନ ରାଜନେତା ଓ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାବାସୀଙ୍କର ପ୍ରଥମ ଓ ଶ୍ରେଷ୍ଠ ପସନ୍ଦ ପାଲଟିଛନ୍ତି । ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପୁଣି ଏକ ନମ୍ବର ସ୍ଥାନ ବଜାୟ ରଖିଛନ୍ତି ନବୀନ । ପ୍ରାୟ 61.3 ପ୍ରତିଶତ ଲୋକଙ୍କ ପ୍ରଥମ ପସନ୍ଦ ରହିଛନ୍ତି ନବୀନ ପଟ୍ଟନାୟକ ।

ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ପକ୍ଷରୁ କରାଯାଇଥିବା ‘ମୁଡ୍ ଅଫ୍ ଦ ନେସନ୍’ ସର୍ଭେରେ ନବୀନ ହେଉଛନ୍ତି ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ । ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ଢେର ପଛରେ ପକାଇ ନିଜ ରାଜ୍ୟରେ ନବୀନ ପଟ୍ଟନାୟକ ହେଉଛନ୍ତି ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ।
ନିର୍ମଳ ଭାବମୂର୍ତ୍ତି ଓ ସୁଶାସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଲୋକପ୍ରିୟତାରେ ଶୀର୍ଷରେ ରହିଛନ୍ତି । କେବଳ ରାଜ୍ୟ ପାଇଁ ନୁହେଁ; ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦେଶ ହିତକାରୀ ପ୍ରସଙ୍ଗରେ ଉଚିତ୍ ଦାୟିତ୍ୱ ନିର୍ବାହ କରି ନବୀନ ଜାତୀୟ ସ୍ତରରେ ମଧ୍ୟ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ଫଳରେ ରାଜ୍ୟର ଜନସାଧାରଣ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ପ୍ରତି ନିଜର ଆସ୍ଥା ଓ ବିଶ୍ୱାସ ଅତୁଟ ରଖିଛନ୍ତି ।
2000 ମସିହାରୁ ନିରବଚ୍ଛିନ୍ନ ଭାବେ ଏଯାଏଁ ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ନିଜର ସୁଶାସନ, ବିକାଶ, ଜନହିତକର କାର୍ଯ୍ୟ କ୍ଷେତ୍ରରେ ଜାତୀୟ ସ୍ତରରେ ବାରମ୍ବାର ଏକ ନମ୍ବର ହୋଇଆସୁଛନ୍ତି । ମୋ ସରକାର, ଫାଇଭ-ଟି ରୂପାନ୍ତରଣ ଜରିଆରେ ଓଡିଶାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି ନବୀନ । ସ୍ୱାସ୍ଥ୍ୟସେବା, ଶିକ୍ଷା, ସ୍ୱଚ୍ଛତା, କ୍ରୀଡ଼ା ଆଦି ସମସ୍ତ କ୍ଷେତ୍ରରେ ପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟବାସୀଙ୍କ ହୃଦୟରେ ଯୋଡ଼ିହୋଇ ରହିଛନ୍ତି ନବୀନ ।
ନବୀନ ପଟ୍ଟନାୟକଙ୍କ ପରେ ଦ୍ୱିତୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରହିଛନ୍ତି ଛତିଶଗଡ ସିଏମ ଭୁପେଶ ବାଘେଲ । ତୃୀତୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ ଏବଂ ଗୁଜୁରାଟର ସିଏମ ଭୁପେନ୍ଦ୍ର ପଟେଲ ଚତୁର୍ଥ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ସେହିପରି ଏହି ରେସ୍ ରେ ପଞ୍ଚମ ସ୍ଥାନରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।

ଓଡିଶାରେ 61.3 ପ୍ରତିଶତ ଲୋକ ସିଏମ ନବୀନ ପଟ୍ଟନାୟକଙ୍କୁ ପସନ୍ଦ କରିଥିବା ବେଳେ 59. 1 ପ୍ରତିଶତ ଲୋକ ଛତିଶଗଡ ସିଏମ ଭୁପେଶ ବାଗେଲଙ୍କୁ, 57.7 ପ୍ରତିଶତ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲଙ୍କୁ, 55.3 ପ୍ରତିଶତ ଗୁଜୁରାଟର ସିଏମ ଭୁପେନ୍ଦ୍ର ପଟେଲ ଏବଂ 49.2 ପ୍ରତିଶତ ଲୋକ ଆସାମକୁ ଭୋଟ୍ ଦେଇଛନ୍ତି ।

ଦୀର୍ଘବର୍ଷ କାଳ ଶାସନ କ୍ଷମତାରେ ରହି ମଧ୍ୟ ନବୀନଙ୍କୁ ଭଲପାଇବାରେ ଓଡ଼ିଶାବାସୀ ସାମାନ୍ୟ ଉଣା କରିନାହାନ୍ତି । ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ଲୋକମାନେ ବେଶ ସନ୍ତୋଷ ପ୍ରକାଶ କରିଛନ୍ତି । ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସ୍ୱାସ୍ଥ୍ୟ ଭିତ୍ତିଭୂମି, ବିପର୍ଯ୍ୟୟ ପରିଚାଳନାରେ ସାରାଦେଶରେ ଉଦାହରଣ ପାଲଟିଛି ଓଡ଼ିଶା ।

କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ଏଥି ସହିତ ଚଳିତ ବର୍ଷ ହକି ବିଶ୍ୱକପ୍ 2023 ଲଗାତର ଦ୍ବିତୀୟ ଥର ସଫଳତାର ସହ ଆୟୋଜନ କରୁଥିବା ଓଡିଶାକୁ କେବଳ ଦେଶ ନୁହେଁ ବିଦେଶରୁ ମଧ୍ୟ ପ୍ରଶଂସା କରାଯାଉଛି ।


