ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ

ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଏବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ରହିଛନ୍ତି ସୁଦାମ ମାର୍ଣ୍ଡି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହି ଅତିରିକ୍ତ ଦାୟିତ୍ୱ ସୁଦାମ ମାର୍ଣ୍ଡିଙ୍କୁ ମିଳିଛି ।

ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ । ବିଜେଡି ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ପ୍ରମିଳା । ବିଧାନସଭାର ସଚିବଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ ।

ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ।ନାମାଙ୍କନପତ୍ର ଦାଖଲ ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀପଦରୁ ଇସ୍ତଫା ଦେଇଥିଲେ ପ୍ରମିଳା ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!