ସାରା ରାଜ୍ୟକୁ ମାଡ଼ିଲାଣି ସ୍କ୍ରଵ ଟାଇଫସ। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳରେ ଏହା ବ୍ୟାପିଲାଣି ବୋଲ ଆଜି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି ୨୮୨୦ ସ୍କ୍ରଵ ଟାଇଫସ ରୋଗୀ।
ରାଜ୍ୟରେ ୨୨୦୭୭ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା ବେଳେ ୨୮୨୦ ଜଣଙ୍କର ପଜିଟିଭ୍ ଆସିଛି। ଅନ୍ୟପଟେ କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି ।
ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ସେ ନମୁନା ପରୀକ୍ଷା କରାଇଥିଲେ । ନମୁନା ପରୀକ୍ଷା ପଜିଟିଭ ଆସିଛି । ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି ।

