ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ

ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ୯ଟି ଜିଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି ।

ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା।

Post Views21 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!