ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମରେ ଜନସାଧାରଣ ଟ୍ୟାପରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି । ଏଥିରେ ଟ୍ୟାପ ପାଣିକୁ ଫିଲ୍ଟର କରିବାର ଆବଶ୍ୟକ ନାହିଁ । ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟ ।
ଓଡିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ କରିଛନ୍ତି ।
ସହରାଞ୍ଚଳ ଜଳଯୋଗାଣ କ୍ଷେତ୍ରରେ ଆମ ମିଶନ ଶକ୍ତି ମା’ ମାନେ, ଜଳସାଥୀମାନେ ବହୁତ ଭଲ କାମ କରୁଛନ୍ତି। ଆହୁରି ମଧ୍ୟ ୱାଟକୋ ତା’ର ଉତ୍ସର୍ଗିକୃତ ଉଦ୍ୟମ ବଳରେ ଓଡିଶାର ଜଳଯୋଗାଣ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ଆମ ଦେଶ ତଥା ଅନ୍ୟାନ୍ୟ ପ୍ରଗତିଶୀଳ ଦେଶମାନଙ୍କ ମଧ୍ୟରେ ପାନୀୟ ଜଳଯୋଗାଣ କ୍ଷେତ୍ରରେ ଏକ ନୂତନ ବେଞ୍ଚମାର୍କ ସ୍ଥାପନ ପାଇଁ କାର୍ଯ୍ୟ ଜାରି ରଖି ରାଜ୍ୟକୁ ଗୌରାବନ୍ୱିତ କରୁଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

