ଆଜିଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା । ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।
ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ ।

ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

