କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଏସୀୟ କ୍ରୀଡ଼ାରେ ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପାଇଁ ଟିକେଟ ହାସଲ କରିଥିବା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି।

ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅଲିମ୍ପିକ୍ସ ପାଇଁ ତାଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ଚଳିତ ବର୍ଷ ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସମସ୍ତଙ୍କ ଦୃଷ୍ଟିକୁ ଆସିଥିଲେ କିଶୋର କୁମାର ଜେନା।ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!