ଗୋଟଏ ଟ୍ରାକ୍ରେ ଆସୁଥିବା ବେଳେ ଦୁଇ ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା । ଫଳରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ର ୪ଟି ବଗି ଲାଇନ୍ଚ୍ୟୁତ ।
ଏଥିରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।
ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ ନିର୍ଦ୍ଧାରିତ ସମୟରେ ବିଶାଖାପାଟଣାଠାରୁ ଛାଡ଼ିଥିଲା। ବିଶାଖାପାଟଣା-ପଲାସା ପାସେଞ୍ଜର ଛାଡ଼ିବାର ୧୫ ମିନିଟ୍ ପରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଛାଡ଼ିଥିଲା।
ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ଟି ବିଜୟନଗ୍ରମ ଆଲ୍ମଣ୍ଡ ଷ୍ଟେସନ୍ଠାରୁ ଦୁଇ କିମି ଦୂରରେ ଛିଡ଼ା ହୋଇଥିଲା। ସେହି ଟ୍ରାକ୍ରେ ପଛରୁ ଆସୁଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଥିଲା।

