ରାଜ୍ୟପାଳ କଲେ ଶପଥ ଗ୍ରହଣ

ଶପଥ ଗ୍ରହଣ କଲେ ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଦାୟିତ୍ବ ନେଇଛନ୍ତି  । ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ । ରାଜଭବନ ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ପୂର୍ବରୁ ଆଜି ସକାଳେ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ ରଘୁବର ଦାସ । ଗତକାଲି ସକାଳେ ରଘୁବର ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ । ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ ।

 

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!