କାଲି କଳାହାଣ୍ଡି ଯିବେ ନବୀନ

କଳାହାଣ୍ଡି- ଭୋକର ଭୂଗୋଳରୁ ବିକାଶର ପ୍ରୟୋଗଶାଳା । ଆସନ୍ତାକାଲି କଳାହାଣ୍ଡିର ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀ ଦେଖିବେ ବିକାଶର ନୂଆ ସୂର୍ଯ୍ୟୋଦୟ । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ  । କାଲି ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣାର ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ପହଞ୍ଚିବେ  । ସେଠାରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀଙ୍କ ସହିତ ନବୀନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି  ।

ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି  । ୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି ।  ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି । ସେଠାରୁ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡ଼ିଆକୁ ଯିବେ ମୁଖ୍ୟମନ୍ତ୍ରୀ  । ସେଠାରେ କଳାହାଣ୍ଡି ଜିଲ୍ଲାରେ ଐତିହାସିକ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିବେ  । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି  । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି ।

 

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!