ବିଶ୍ବକପରୁ ବାଦ୍ ପଡିଲେ ହାର୍ଦ୍ଦିକ ପାଣ୍ଡ୍ୟା । କ୍ରିକେଟ ବେଳେ ଟିମ୍ ଇଣ୍ଡିଆକୁ ଲାଗିଛି ଶକ୍ତ ଝଟକା । ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ବକପରୁ ବାଦ ପଡିଛନ୍ତି । ଆହତ ସମସ୍ୟା ପାଇଁ ତାଙ୍କୁ ଅବଶିଷ୍ଟ ମ୍ୟାଚରୁ ବାଦ ଦିଆଯାଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନରେ ଦଳରେ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସାମିଲ କରାଯାଇଛି । ପୁଣେରେ ଗତ ୧୯ ତାରିଖରେ ବାଂଲାଦେଶ ବିପକ୍ଷରେ ଖେଳିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ । ମ୍ୟାଚ ଅଧାରୁ ଆହତ ହୋଇ ପଡ଼ିଆ ଛାଡ଼ିଥିଲେ ଏହି ଷ୍ଟାର କ୍ରିକେଟର ।

