ଆସନ୍ତା ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି

ଆସନ୍ତା ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ କୋର୍ଟ ।

ପ୍ରଥା ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ୱାତି କମ୍ପେ୍ଲକ୍ସରେ ସାମ୍ବାଦିକଙ୍କୁ ମାଡ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା । ପରେ ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।

ଆସନ୍ତା ୮ ତାରିଖରେ ଏସଡିଜିଏମ କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ ମହିଳା ସାମ୍ବାଦିକଙ୍କୁ ମାଡ ମାରିବା ଅଭିଯୋଗରେ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ । ଟୁଟୁଙ୍କୁ ନାଁରେ ଦଫା ୩୫୪, ୩୪୧, ୩୨୩, ୨୯୪ ଲାଗିଛି ।

Post Views82 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!