ଥମିବାରେ ନାଁ ଧରୁନି ଯୁଦ୍ଧ । ହିସ୍ରଂ ହେଉଛି ହମାସ । ବର୍ତ୍ତମାନ ପଣବନ୍ଦୀଙ୍କୁ ହମାସ ହତ୍ୟା କରୁଥିବା ଦେଖିବାକୁ ମିଳିଛି । ଗତ ଅକ୍ଟୋବର ୭ରେ ହମାସ ଦ୍ବାରା ଅପହୃତ ଜଣେ ମହିଳାଙ୍କ ଶବକୁ ପାଇଛନ୍ତି ଇସ୍ରାଏଲ ବାହିନୀ । ସେହି ମହିଳାଙ୍କ ନାମ ୟେହୁଦିତ ଓ୍ବେସ । ଦକ୍ଷିଣ ଇସ୍ରାଏଲର କିବୁଜ ଅଞ୍ଚଳରୁ ତାଙ୍କୁ ହମାସ ଆତଙ୍କୀ ଅପହୃତ କରିଥିଲେ । ଶିଫା ହସ୍ପିଟାଲ ନିକଟରୁ ତାଙ୍କ ଶବ ମିଳିଛି । ଇସ୍ରାଏଲ ବାହିନୀ ଠିକ୍ ସମୟରେ ସେହି ସ୍ଥାନରେ ପହଞ୍ଚି ନପାରିବାରୁ ହମାସ ଆତଙ୍କବାଦୀମାନେ ତାଙ୍କୁ ହତ୍ୟା କରିଥିଲେ ବୋଲି କୁହାଯାଇଛି । ପୂର୍ବରୁ ତାଙ୍କ ସ୍ବାମୀଙ୍କୁ ତାଙ୍କ ଘରେ ହମାସ କର୍ମୀ ହତ୍ୟା କରିଥିଲେ । ହମାସ ଦ୍ବାରା ଅପହୃତ ୨୪୦ ବ୍ୟକ୍ତି ମଧ୍ୟରେ ଅନ୍ୟତମ ଥିଲେ ଓ୍ବେସ । ବର୍ତ୍ତମାନ ଅଲ ଶିଫା ହସ୍ପିଟାଲକୁ ଆଇଡିଏଫ ବୁଲଡୋଜର ସାହାଯ୍ୟରେ ଅକ୍ତିଆର କରିବା ସହ ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।
Related Posts
ଗିରଫ ପରେ ୨୦ ମିନିଟ୍ ପରେ ଜେଲରୁ ବାହାରିଲେ
୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ବଦଳାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । 20 ମିନିଟ ଜେଲରେ…
People from Nepal more into travel in festival season: New way of celebrating festival holidays
Dolor sit amet, consectetur adipiscing elit. Odio ac neque fermentum morbi. Aenean lectus eu, arcu,…
ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ
ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ…

