ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ବାଗତ । କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାଶ, ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ । ପରେ କୁଳିଅଣା ବ୍ଲକରେ ଅବସ୍ଥିତ ଏକଲବ୍ୟ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ । ସେଠାରୁ ବାହାରି ବାରିପଦା ସର୍କିଟ୍ ହାଉସରେ ମଧ୍ୟାହ୍ନ ଭୋଜନ କରି ସାମାନ୍ୟ ବିଶ୍ରାମ ପରେ ଅପରାହ୍ଣରେ ହେଲିକ୍ୟାପ୍ଟର ଯୋଗେ ରାଇରଙ୍ଗପୁର ଅଭିମୁଖେ ଗସ୍ତ କରିବେ । ରାଇରଙ୍ଗପୁର ଡାକ ବଙ୍ଗଳାରେ ସ୍ଥାନୀୟ ଲୋକଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ସେ ରାଇରଙ୍ଗପୁରସ୍ଥିତ ନିଜ ବାସଭବନରେ ବିଶ୍ରାମ ନେବେ। କାଲି ସକାଳ ୮ଟାରେ ବାସଭବନରୁ ବାହାରି ନିଜ ଶାଶୂଘର ପାହାଡ଼ପୁରରେ ପହଞ୍ଚି ଦକ୍ଷତା ବିକାଶ ତାଲିମ କେନ୍ଦ୍ରର ଉଦ୍ଘାଟନ କରିବେ। ପରେ ଏସଏଲଏସ ସ୍କୁଲ ପରିଦର୍ଶନ ସହ ସ୍ବାମୀ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷମାଲ୍ୟ ଅର୍ପଣ କରିବେ । ପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବେ। ସେଠାରୁ ବାଦାମପାହାଡ଼ ରେଳ ଷ୍ଟେସନ୍ରେ ପହଞ୍ଚି ନୂତନ ଭାବେ ଟାଟାନଗର-ବାଦାମପାହାଡ ମେମୁ ଟ୍ରେନ, ବାଦାମପାହାଡ-ରାଉରକେଲା ଏକ୍ସପ୍ରେସ ଓ ସାଲିମାର- ବାଦାମପାହାଡ଼ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏଥିସହ ବାଦାମପାହାଡ଼ ଅମୃତ ରେଳଷ୍ଟେସନ୍ର ଶିଳାନ୍ୟାସ କରିବେ। ପରେ ରାଇରଙ୍ଗପୁର ଡାକ ଡିଭିଜନ୍ ଉଦ୍ଘାଟନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡ଼ି ହେବାର କାର୍ଯ୍ୟକ୍ରମ ରହିଛି।

 

 

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!