ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି ।ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।
Related Posts
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି…
ବୈଶାଖୀ ମହୋତ୍ସବ ଅନୁଷ୍ଠିତ
ଭୁବନେଶ୍ଵର – ଓଡ଼ିଶା ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଳଚର୍ ଆର୍ଟ ଏକାଡେମୀ ଓଡ଼ିଶା ପକ୍ଷରୁ…
ଶିକ୍ଷା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ପାଇଁ ଓକେସିଏଲ ଗୁରୁ ଦିବସରେ ନୂତନ କେନ୍ଦ୍ର ପଞ୍ଜୀକରଣ ପକ୍ରିୟା ୨୦୨୬ ଆରମ୍ଭ
ଗୁରୁ ଦିବସ ଅବସରରେ, ଓଡ଼ିଶା ନଲେଜ୍ କର୍ପୋରେସନ୍ ଲିମିଟେଡ୍ (ଓକେସିଏଲ) ଏହାର ପ୍ରମୁଖ ପଦକ୍ଷେପ ନୂତନ କେନ୍ଦ୍ର ପଞ୍ଜୀକରଣ ପକ୍ରିୟା…

