ଆଜି ମହାକାର୍ତ୍ତିକ ମାସ ପଞ୍ଚୁକର ତୃତୀୟ ଦିନ । ପୁରୀରେ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଆଜି ମହାପ୍ରଭୁ ଭକ୍ତଙ୍କୁ ତିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି । ଏହି ବେଶରେ ଠାକୁର ମାନଙ୍କୁ ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ। ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ।ଦ୍ବାର ଫିଟା ପରେ ଅନ୍ୟାନ୍ୟ ନୀତି ବଢ଼ି ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥିଲା । ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କ ବେଶ ସମ୍ପାଦନ କରିଥିଲେ । ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଦର୍ଶନ କଲେ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳିଥାଏ ବୋଲି ବିଶ୍ବାସ ରହିଛି । । ଆସନ୍ତାକାଲି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ ।

