ଶ୍ରୀମନ୍ଦିରରେ ନୂଆ ନିୟମ

ଶ୍ରୀମନ୍ଦିର ପ୍ରଶାସନର ବଡ଼ ନିଷ୍ପତ୍ତି । ଭକ୍ତ ଦର୍ଶନ ପାଇଁ ଯିବା ବେଳେ ପଲିଥିନ୍ ଓ ପ୍ଲାଷ୍ଟିକ୍ ନେଇ ପ୍ରବେଶ କରିପାରିବେ ନାହିଁ । ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ଭକ୍ତଙ୍କୁ ପରାମର୍ଶ  ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଏଣିକି ଶ୍ରୀମନ୍ଦିର ଭିତରକୁ ପଲିଥିନ ଓ ପ୍ଲାଷ୍ଟିକ୍ ନେଇ ଯାଇ ପାରିବେନି ଭକ୍ତ ବା ଶ୍ରଦ୍ଧାଳୁ । ବେତ ନିର୍ମିତ ଚାଙ୍ଗୁଡିରେ ଫୁଲ ଏବଂ ଭୋଗ ଆଣିବାକୁ ସମସ୍ତ ନିଯୋଗ ଏବଂ ଶ୍ରଦ୍ଧାଳୁଙ୍କୁ ନିବେଦନ କରାଯାଇଛି । ସୁଆର ମହାସୁଆରଙ୍କୁ ପେପର ବ୍ୟାଗ, କପଡା ବ୍ୟାଗ, ବେତ ଓ ବାଉଁଶରେ ତିଆରି ସାମଗ୍ରୀରେ ତିଆରି ହୋଇଥିବା ଚାଙ୍ଗୁଡି ବା ଉପକରଣ ବ୍ୟବହାର କରିବାକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ।

Post Views118 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!