ଭୁବନେଶ୍ୱରରୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ବିଜେଡିରୁ ନିର୍ବାଚନ ଲଢିବା ନେଇ ମନ୍ତ୍ରୀ ଅଶୋକ ପଣ୍ଡା ଘୋଷଣା କରିଛନ୍ତି । ବିଜେପିରୁ ଅପରାଜିତା ଷଡଙ୍ଗୀ ଭୁବନେଶ୍ୱର ସାଂସଦ ଭାବେ ନିର୍ବାଚନ ହୋଇଛନ୍ତି । ଏଥର ତାଙ୍କୁ ମଧ୍ୟ ଦଳ ପୁଣି ଥରେ ଟିକେଟ ଦେଇପାରେ । ଆଉ ଯଦି ଏଭଳି ହୁଏ ତେବେ ଭୁବନେଶ୍ୱରରେ ଅପରାଜିତା ଏବଂ ଶ୍ରୀମୟୀଙ୍କ ମଧ୍ୟ ଲଢେଇ ହେବ । ମୁଖ୍ୟମନ୍ତ୍ରୀ ଶ୍ରିମୟୀଙ୍କୁ ଭୁବନେଶ୍ୱରର ପ୍ରାର୍ଥୀ କରିବା ନେଇ ନିଷ୍ପତି ନେଇଥିବା ଅଶୋକ ପଣ୍ଡା କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତିକୁ ସଠିକ୍ ସାବ୍ୟସ୍ଥ କରିବାକୁ ବିଜେଡି କର୍ମୀଙ୍କୁ ଆହ୍ୱାନ କରିଛନ୍ତି ମନ୍ତ୍ରୀ । ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଶ୍ରୀମୟୀଙ୍କୁ ଜିତାଇବା ପାଇଁ ସେ ଆହ୍ୱନ ଦେଇଛନ୍ତି । କିଛି ଦିନ ପୂର୍ବରୁ ଦଳୀୟ କାର୍ଯ୍ୟକ୍ରମରେ ବିଜେଡି କର୍ମୀମାନେ ଶ୍ରୀମୟୀଙ୍କୁ ଭୁବନେଶ୍ୱରର ସାଂସଦ ପ୍ରାର୍ଥୀ କହି ସ୍ଲୋଗାନ ଦେଇଥିଲେ । ଏବେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ଘୋଷଣା ପରେ ଶ୍ରିମୟୀ ବିଜେଡିରୁ ପ୍ରାର୍ଥୀ ହେବା ନେଇ ସ୍ପଷ୍ଟ ହୋଇଯାଇଛି ।
Related Posts
କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ପାଇଁ ବନ୍ଦ ରହିବ ଭିତରକନିକା
କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଆସନ୍ତାକାଲିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି…
ଦୁବାଇରେ ଫସିଥିବା ଜଣେ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ସାଂସଦ
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ଜଣେ ଶ୍ରମିକ ସୁରକ୍ଷିତ ଭାବେ ନିଜ…
ମୁଖ୍ୟମନ୍ତ୍ରୀଙ୍କୁ ଶିଳ୍ପ ବିଭାଗର ରିପୋର୍ଟ କାର୍ଡ
୨୦୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରଣନେଇ , ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କୁ…

