କଟକ-ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ

() ନୂଆବର୍ଷରେ ଲେଖାହେଲା ନୂଆ ଅଧ୍ୟାୟ । କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ ପ୍ରକଳ୍ପ ପାଇଁ ପ୍ରାୟ ୬ ହଜାର ୨୫୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର । ମେଟ୍ରୋ ଚଳାଚଳ ପାଇଁ ତ୍ରିଶୂଳିଆ ଛକ ହେବ ପରିବହନର ମୁଖ୍ୟ କେନ୍ଦ୍ରସ୍ଥଳୀ ।

ବାରଙ୍ଗ ମୌଜାରେ ମେଟ୍ରୋ ଟ୍ରେନ ପ୍ରକଳ୍ପର କେନ୍ଦ୍ରୀୟ ଓ୍ବାର୍କସପ୍ କରାଯିବ । ବାରଙ୍ଗ ରତାଗଡ଼ ଅଞ୍ଚଳରେ ୨୦ ଏକର ଜମିରେ ସର୍ଭେ କାମ ବି ଶେଷ ହୋଇଛି । ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ମେଟ୍ରୋ ଟ୍ରେନ ଶିଳ୍ୟାନ୍ୟାସ ଉତ୍ସବ ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ବାରଙ୍ଗ ଛକ, ବାରଙ୍ଗରୁ ରତାଗଡ଼-ଲେଙ୍କାସାହି ଶିଳାନ୍ୟାସ ଉତ୍ସବ ସ୍ଥଳ ପର୍ଯ୍ୟନ୍ତ ରୋଡ ଶୋ କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଥମେ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୂଷ୍ପମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ବାହାରିଥିଲା ବିଶାଳ ରୋଡ ଶୋ । ସବୁ ଛକରେ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିଲା ଭବ୍ୟ ସ୍ବାଗତ । ଛକ ଛକରେ ଗାଡ଼ିରୁ ଓହ୍ଲାଇ ଲୋକଙ୍କୁ ହାତ ହଲାଇ ଅଭିନନ୍ଦନ ଜଣାଇଥିଲେ ।

ହଜାର ହଜାର ସଂଖ୍ୟାରେ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ପୁଷ୍ପ ବର୍ଷା କରିବା ସହ ଫୁଲ ଦେଇ ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଧନ୍ୟବାଦ ଜଣାଇଥିଲେ । ପରେ ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିକୁ ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ । କ୍ୟାପିଟାଲ ହସ୍ପିଟାଲ, ଶାସ୍ତ୍ରୀନଗର, କଳିଙ୍ଗ ଷ୍ଟାଡ଼ିୟମ, ଜୟଦେବ ବିହାର, ଜାଭିୟର ଛକ, ରେଳ ସଦନ, ଚନ୍ଦ୍ରଶେଖରପୁର, ପଟିଆ, କିଟ୍ ଛକ, ନନ୍ଦନବିହାର, ରଘୁନାଥପୁର, ବାରଙ୍ଗ, ଫୁଲପୋଖରୀରେ ସମ୍ବର୍ଦ୍ଧନା ପର୍ବର ଆୟୋଜନ କରାଯାଇଥିଲା ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!