ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ପ୍ରାକ୍ଟିକାଲ

ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠୁ ପରୀକ୍ଷା ଆରମ୍ଭ ହୋଇ ଫେବ୍ରୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ହୋଇଛି । ପ୍ରତିଦିନ ଗୋଟିଏ ସିଟିଂରେ ଦିନ ୧୦ ଟା ରୁ ୧ଟା ପର୍ଯ୍ୟନ୍ତ ହେଉଛି ପରୀକ୍ଷା । ଫେବୃଆରୀ ୧୬ରୁ ଯୁକ୍ତ ୨ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ । ୧୬ ତାରିଖରୁ ବିଜ୍ଞାନ ଓ ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ଚଳିତବର୍ଷ ମୋଟ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୪୪୭, ବାଣିଜ୍ୟରେ ୨୫ ହଜାର ୯୬୦ ଓ ଧନ୍ଦାମୂଳକରେ ୫ ହଜାର ୭୬୫ ଜଣ ଛାତ୍ରଛାତ୍ରୀ ଦେବେ ପରୀକ୍ଷା ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!