ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନର୍ସିଂ, ଫାର୍ମାସୀ ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରାଯାଇଛି । ଡି.ଫାର୍ମା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୨୫୦ରୁ ୫୦୦ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଏଏନଏମଙ୍କ ଷ୍ଟାଇପେଣ୍ଡ ୧ହଜାରରୁ ୨ହଜାର, ବିଏସସି ନର୍ସିଂ(ଇଣ୍ଟର୍ନସିପ) ଷ୍ଟାଇପେଣ୍ଡ ୨୫୦୦ରୁ ୫ହଜାର, ଏମ.ଫିଲ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୭ହଜାରରୁ ୧୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏମକେସିଜି ଗସ୍ତ କରିଥିବା ସମୟରେ ମେଡିକାଲ ଛାତ୍ରଛାତ୍ରୀ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ଅନୁରୋଧ କରିଥିଲେ । ଫାଇଭ-ଟି ଅଧ୍ୟକ୍ଷଙ୍କ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

