ଦଶପଲ୍ଲା ଷ୍ଟେସନର ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ

ଦଶପଲ୍ଲା ଷ୍ଟେସନର ଉଦଘାଟନ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ । ଏହି ଟ୍ରେନ ସଂପ୍ରସାରଣ ହେବା ଦ୍ୱାରା ଦଶପଲ୍ଲା ସହିତ ଯୋଡି ହୋଇଥିବା ଅନେକ ଉପାନ୍ତ ଅଂଚଳର ଲୋକମାନେ ଉପକୃତ ହେବେ । ଅଂଚଳର ସାମାଜିକ- ଅର୍ଥନୈତିକ ବିକାଶକୁ ଗତି ପ୍ରଦାନ କରିବ ।
ଦଶପଲ୍ଲାକୁ ନିୟମିତ ରେଳ ଚଳାଚଳ ପାଇଁ ସମୟ ନିର୍ଦ୍ଧାରଣ ହୋଇଛି । ଦଶପଲ୍ଲାରୁ ପୁରୀ ଯିବାକୁ ଥିବା ଟ୍ରେନ ନମ୍ବର ୦୮୪୩୦ ଦଶପଲ୍ଲାରୁ ସକାଳ ୬ଟା ୩୦ରେ ବାହାରିବ । ଏହି ଟ୍ରେନ ପୁରୀରେ ପୂର୍ବାହ୍ନ ୧୧ଟା ୧୫ରେ ପହଂଚିବ । ସେହିପରି ପୁରୀରୁ ଦଶପଲ୍ଲା ଆସିବାକୁ ଥିବା ଟ୍ରେନ ପୁରୀରୁ ସଂଧ୍ୟା ୬ଟାରେ ବାହାରି ପୂର୍ବ ନିର୍ଘଂଟ ଅନୁସାରେ ଦଶପଲ୍ଲାରେ ରାତି ୧୦ଟା ୧୫ରେ ପହଂଚିବ । ଦଶପଲ୍ଲାରୁ ଭୁବନେଶ୍ୱରକୁ ଯିବାକୁ ଥିବା ଟ୍ରେନ ଦଶପଲ୍ଲାରୁ ସକାଳ ୬ଟା ୧୫ରେ ଛାଡି ଭୁବନେଶ୍ୱରରେ ସକାଳ ୯ଟାରେ ପହଂଚିବ ।

Post Views106 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!