ନବୀନ କାର୍ଡର ପଞ୍ଜିକରଣ ଅବଧି ବୃଦ୍ଧି

BSKY ନବୀନ କାର୍ଡ ପଞ୍ଜିକରଣର ବଢିଲା ଅବଧି । ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଅନଲାଇନ ପଞ୍ଜୀକରଣ ଆରମ୍ଭ ହୋଇ ଆଜି ଶେଷ ହେବାର ରହିଥିଲା । ତେବେ ଲୋକଙ୍କ ନିବେଦନ ପରେ ପଞ୍ଜିକରଣ ଅବଧିକୁ ଆଉ ୧୦ ଦିନ ବଢାଇଛନ୍ତି ରାଜ୍ୟ ସରକାର  ।

ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ । ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ ।

ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ ।

Post Views71 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!